Subhadra Yojana: ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍‌

ଖାତାକୁ ଆସିଲା 'ସୁଭଦ୍ରା' ଟଙ୍କା। 'ସୁଭଦ୍ରା' ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଆକାଉଣ୍ଟକୁ ଆସିଛି। ବାରିପଦାର ଐତିହାସିକ ଛଉ ପଡିଆ ସଭାରୁ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅକ୍ଟୋବର ୭ ତାରିଖ ସୁଦ୍ଧା ଆବେଦେନ କରିଥିବା ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିଛି। ଏନ୍ସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ 'ସୁଭଦ୍ରା' ଟଙ୍କା ପଠାଯାଇଛି। ଆଗକୁ ଦଶହରା ଥିବା ବେଳେ ମହିଳା ହିତାଧିକାରୀଙ୍କ ଭିତରେ ଖୁସିର ଲହରି ଖେଳିଯାଇଛି

ସୁଭଦ୍ରା' ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି ଟଙ୍କା ଆସିଲା କି ନାହିଁ ଜଣେ ହିତାଧିକାରୀ କେମିତି ଚେକ କରିବେ ଆସନ୍ତୁ ଜାଣିବା...

ଯଦି ଆପଣ ସୁଭଦ୍ରାରେ ଅକ୍ଟୋବର ୭ ଭିତରେ ଆପ୍ଲାଏ କରିଛନ୍ତି ସେମାନଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିବ। ଯଦି ଟଙ୍କା ଆସିନାହିଁ ତେବେ ସୁଭଦ୍ରା ଯୋଜନା ଫର୍ମରେ ଥିବା ଆପ୍ଲିକେସନ ନମ୍ବର ରସିଦ ନେଇ ଜନ ସେବା କେନ୍ଦ୍ରରେ ନିଜର ଷ୍ଟାଟସ ଦେଖନ୍ତୁ । ଯାହା ଫଳରେ ଆପଣଙ୍କ ଆବେଦନ ପେଣ୍ଡିଙ୍ଗ ଅଛି କି ରିଜେକ୍ଟ ହୋଇଛି ଜଣା ପଡିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।

Subhadra Yojana

ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ ସୂଚନା ଦେଇ ନଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା'ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ ଭାବେ ଦେଇଥିବା ଦରକାର।

ସୂଚନାଥାଉ କି, ହିତାଧିକାରୀଙ୍କ ଆକାଉଣ୍ଟକୁ ବୁଧବାର ମଧ୍ୟାହ୍ନ ୧୨ଟା ପୂର୍ବରୁ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ। ଗଣମାଧ୍ୟମକୁ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇବେ। ଏନ୍ସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ 'ସୁଭଦ୍ରା' ଟଙ୍କା ମିଳିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+