Subhadra Yojana: ରାକ୍ଷୀ ପୂର୍ଣ୍ଣିମାରେ ଏହି ମହିଳାଙ୍କୁ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ ବି କରିପାରିବେନି
ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି । ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ । ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର । ଦୁଇଟି କିସ୍ତିରେ ମୋଟ ୧୦ ହଜାର ଟଙ୍କା ପାଇସାରିଛନ୍ତି ୧ କୋଟିରୁ ଅଧିକ ହିତାଧିକାରୀ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯେଭଳି ଭାବେ ସୁଭଦ୍ରା ପହଞ୍ଚିବ ସେ ନେଇ ଯୋଜନାକୁ କ୍ରିୟାନ୍ବୟନ କରିବାକୁ ଲଗାତାର ଭାବେ ପ୍ରୟାସ କରିଛନ୍ତି ସରକାର ।
ତେବେ ୩ୟ କିସ୍ତି ଟଙ୍କା କେବେ ଆସିବ? କେଉଁମାନେ ପାଇବେ? ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଟଙ୍କା ଦିଆଯିବ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସୁଭଦ୍ରା ଯୋଜନା ଟଙ୍କା ପହଞ୍ଚାଇବା ନେଇ ପୂର୍ବରୁ ବି ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର ।

ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅର୍ଥାତ ଅଗଷ୍ଟ ୯ ତାରିଖରେ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ପ୍ରସ୍ତାବକୁ ଏହି ବୈଠକରେ ଅନୁମୋଦନ କରାଯାଇଛି । ୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ପଠାଇବେ ରାଜ୍ୟ ସରକାର ।
ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା । ଯେଉଁମାନେ ୨୧ ବର୍ଷ ହୋଇ ଯାଇଥିବେ, ସେମାନେ ବି କରି ପାରିବେ ଆବେଦନ। କିନ୍ତୁ ଏବେ ସୁଭଦ୍ରା ପୋର୍ଟାଲ ଖୋଲିବାରେ ସମସ୍ୟା ହେଉଥିବା ଅନେକ ଅଭିଯୋଗ ଆସୁଛି ।
ତେବେ କେଉଁମାନଙ୍କୁ ମିଳିବନି ସୁଭଦ୍ରା କିସ୍ତି ଟଙ୍କା? କଣ ରହିଛି ସରକାରଙ୍କ ନିୟମ? ଆବେଦନ କଲେ ବି କେଉଁମାନଙ୍କର ନାଁ କଟିଯିବ? ଜାଣନ୍ତୁ ସବୁକିଛି...
ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି କଟିଯିବ ନାଁ । ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ । ବା ସେମାନଙ୍କର ନାଁ କାଟି ଦିଆଯିବ ।
ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ ।
ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।
ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।
ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body). କିମ୍ବା ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋସିଂ ଏଜେନ୍ସି ମାଧ୍ଯମରେ ନିୟୋଜିତ ସମସ୍ତ / କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।












Click it and Unblock the Notifications