ସୁଭଦ୍ରା ଯୋଜନାକୁ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା; କହିଲେ ଖୁବ୍ ଶୀଘ୍ର ଆସିବ ଟଙ୍କା

ବଡ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ। ସରକାରଙ୍କ 'ସୁଭଦ୍ରା' ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍‌ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ

Subhadra Yojana

ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।

ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପି ରାଜ୍ୟର ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାଠାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରିଥିଲେ। ଏବେ ତୃତୀୟ ପର୍ଯ୍ୟାୟର ଟଙ୍କା ଆସିବ।

ସୂଚନାଯୋଗ୍ୟ, ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ମୋଟ ୫୦ ହଜାର ନଗଦ ଟଙ୍କା ଆସିବ । ଚଳିତ ଆର୍ଥିକ ବର୍ଷରୁ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ଲାଗୁ ହୋଇଛି। ୨୦୨୪ ନିର୍ବାଚନରେ ଭାଜପା ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+