କେଉଁମାନେ ପାଇବେନି ସୁଭଦ୍ରା ସହାୟତା ? ଆପଣ ଏହି ଲିଷ୍ଟରେ ନାହାନ୍ତି ତ ?

Subhadra Yojana : 'ସୁଭଦ୍ରା' ଯୋଜନା ଗାଇଡଲାଇନ । ସୁଭଦ୍ରା ଯୋଜନାକୁ ନେଇ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ଗାଇଡଲାଇନ ଅନୁସାରେ ଯୋଜନାରେ ସାମିଲ ହେବାକୁ ହେଲେ ହିତାଧିକାରୀ ଓଡ଼ିଶାର ବାସିନ୍ଦା ହୋଇଥିବା ଦରକାର । ତେବେ ଚାଲନ୍ତୁ ଜାଣିବା କେଉଁମାନେ ପାଇବେନି ସୁଭଦ୍ରା ସହାୟତା ?

Subhadra Yojana Online Apply 2024:

'ସୁଭଦ୍ରା' ଯୋଜନା ପାଇବାକୁ ନିର୍ଦ୍ଧାରିତ ଫର୍ମରେ ଆବେଦନ କରିବା ଆବଶ୍ୟକ । ଅଫ୍‌ଲାଇନ୍‌ ଫର୍ମ ପୂରଣ ବା ଅନ୍‌ଲାଇନ୍‌ରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ ମହିଳା । ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ, ମୋ ସେବା କେନ୍ଦ୍ରରେ ମାଗଣାରେ ମିଳିବ ଫର୍ମ । ଆବେଦନକାରୀ ଫର୍ମ ପୂରଣ କରି ମୋ ସେବା କେନ୍ଦ୍ରରେ ଦାଖଲ କରିବେ । ତେବେ ମହିଳାମାନଙ୍କୁ 'ସୁଭଦ୍ରା ଡିବିଟି କାର୍ଡ' ପ୍ରଦାନ କରିବେ ସରକାର । ଏହି ଯୋଜନାରେ ସାମିଲ ଥିବା ମହିଳାମାନଙ୍କୁ ବାର୍ଷିକ ୧୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ପ୍ରତିବର୍ଷ ୨ଟି କିସ୍ତିରେ (ରାକ୍ଷୀ ପୂର୍ଣ୍ଣିମା ଏବଂ ମହିଳା ଦିବସ)ରେ ସେମାନଙ୍କୁ ଏହି ଟଙ୍କା ପ୍ରଦାନ କରାଯିବ । ୫ ବର୍ଷରେ ମହିଳାମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସରକାର ଏହି ଯୋଜନାରେ ପ୍ରଦାନ କରିବେ ।

subhadra yojana

କେଉଁମାନେ ପାଇବେନି ସୁଭଦ୍ରା ସହାୟତା ?

୧ ଜୁଲାଇ ୨୦୨୪ ସୁଦ୍ଧା ୨୧ରୁ କମ୍‌ ଓ ୬୦ରୁ ଅଧିକ ହୋଇଥିଲେ ପାଇବେନି
ମାସକୁ ୧୫ଶହ ବା ବର୍ଷକୁ ୧୮ ହଜାରରୁ ଅଧିକ ସହାୟତା ପାଉଥିଲେ ପାଇବେନି
ବର୍ତ୍ତମାନ କିମ୍ବା ପୂର୍ବତନ ସାଂସଦ/ବିଧାୟକ ହୋଇଥିଲେ ପାଇବେନି
ଆୟକର ଦେଉଥିଲେ ପାଇବେନି ସୁଭଦ୍ରା ସହାୟତା
ୱାର୍ଡମେମ୍ବର/କାଉନସିଲର ଛଡ଼ା ଅନ୍ୟ ପଞ୍ଚାୟତ ପ୍ରତିନିଧି ହୋଇଥିଲେ ମିଳିବନି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+