ରାଜ୍ୟରେ ଖୁବ ଶୀଘ୍ର ଲାଗୁ ହେବ ସୁଭଦ୍ରା ଯୋଜନା, ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା
ଭୁବନେଶ୍ୱର : ରାଜ୍ୟରେ ସୁଭଦ୍ରା ଯୋଜନାକୁ ନେଇ ବଡ କଥା କହିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଶୀଘ୍ର ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। । ସେ କହିଛନ୍ତି, କ୍ୟାବିନେଟ୍ ମୋହର ବାଜିବା ପରେ ସୁଭଦ୍ରା ଯୋଜନା ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ଆସନ୍ତା ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା ଲଞ୍ଚ ହେବ ।

ତେବେ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସମସ୍ତ ମହିଳାଙ୍କୁ ମିଳିବ ଏହି ଯୋଜନାର ଲାଭ । ରାଜ୍ୟର ସବୁ ମହିଳାଙ୍କୁ ସୁଭଦ୍ରା ସ୍କିମର ଟଙ୍କା ମିଳିବ ବୋଲି ସେ ସୂଚନା ଦେଇଛନ୍ତି । ସେ କହିଛନ୍ତି, ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ସ୍କିମକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ରହିଛି । ଆଉ ସ୍କିମ ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି, ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।
ଏହାଛଡ଼ା ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ଯୋଜନାକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ଲାଗି ପ୍ରସ୍ତୁତ ରହିଛି। ଏହି ଯୋଜନା ଲାଗି ଆବଶ୍ୟକୀୟ ବଜେଟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ସେ ମଧ୍ୟ କହିଛନ୍ତି।
ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ମା' ନାଁ ରେ ଗଛଟିଏ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଲାଗି ସାଢ଼େ ଚାରି କୋଟି ଗଛ ଲଗାଇବାକୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ଲକ୍ଷ୍ୟ। ପ୍ରଥମ ପର୍ଯ୍ୟାୟରେ ସାତ ଦିନ ମଧ୍ୟରେ ମିଶନ ଶକ୍ତିର ମହିଳାମାନେ ଅଢେଇ କୋଟି ଗଛ ଲଗାଇବେ।ଏନେଇ ହର୍ଟି କଲଚର,ଏଗ୍ରି କଲଚର, ଜଙ୍ଗଲ ବିଭାଗ ଓ ବିଭିନ୍ନ ନର୍ସରୀରେ ଥିବା ଗଛ ଗୁଡ଼ିକୁ ମିଶନ ଶକ୍ତି ମା'ମାନଙ୍କୁ ଯୋଗାଇ ଦେବାକୁ ବିଭାଗ ଗୁଡିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଚିଠି ଲେଖିବେ ।












Click it and Unblock the Notifications