ଓସିଏ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ
ଓସିଏ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ
ଭୁବନେଶ୍ୱର: ଓଡ଼ିଶା କ୍ରିକେଟ ଆସୋସିଏସନ୍ ନିର୍ବାଚନ ପାଇଁ ଆଜି ଦାଖଲ ହେବ ପ୍ରାର୍ଥିପତ୍ର । ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଳିବ ନାମାଙ୍କନ ଦାଖଲ । ସଭାପତି, ଉପସଭାପତି, ସଂପାଦକ, ଯୁଗ୍ମ ସଂପାଦକ ପଦ ପାଇଁ ନିର୍ବାଚନ । ଆସୋସିଏସନର କୋଷାଧ୍ୟକ୍ଷ ଓ ଜଣେ କାଉନସିଲ ମେମ୍ବର ପାଇଁ ହେବ ନିର୍ବାଚନ । ସେହିପରି ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୩ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ସେହିଦିନ ସନ୍ଧ୍ୟାରେ ଚୁଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ଓସିଏ ନିର୍ବାଚନ ପାଇଁ ବିସିସିଆଇ ପକ୍ଷରୁ ନିର୍ବାଚନ ଅଧିକାରୀ ନିଯୁକ୍ତ ହୋଇଛନ୍ତି ।

ଆସନ୍ତା ୨୮ ତାରିଖରେ ହେବାକୁ ଯାଉଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ନିର୍ବାଚନ । ରାଜ୍ୟର ସବୁଠୁ ଧନୀ କ୍ରୀଡ଼ା ସଂଘର କର୍ମକର୍ତ୍ତା ନିର୍ବାଚନ ଲାଗି ଓସିଏ ନିର୍ବାଚନ ଅଧିକାରୀ ତାରିଖ ଘୋଷଣା କରିଛନ୍ତି ।
ଯାଜପୁରର ବିଧାୟକ ତଥା ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଏଣ୍ଟ୍ରୀ । ପ୍ରଣବ ପ୍ରକାଶ ଦାସ ଚଳିତ ଥର ଯାଜପୁର ଜିଲ୍ଲାକୁ ପ୍ରତିନିଧିତ୍ୱ କରୁଛନ୍ତି ।ବିଧାୟକ ନିର୍ବାଚନ ଲଢ଼ିପାରିବେ ବୋଲି ସୁପ୍ରିମ୍କୋର୍ଟଙ୍କ ସ୍ପଷ୍ଟ ନିର୍ଦ୍ଦେଶ ପରେ ପ୍ରଣବ ପ୍ରକାଶ ଦାସ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ ବୋଲି ଚୁଡ଼ାନ୍ତ ହୋଇସାରିଛି । ଏହା ସହ ସମ୍ପାଦକ ପଦ ପାଇଁ ସଞ୍ଜୟ ବେହେରା ଓ ଉପସଭାପତି ପଦ ପାଇଁ ପଙ୍କଜ ଲୋଚନ ମହାନ୍ତି ଆଶୀର୍ବାଦ ବେହେରାଙ୍କ କ୍ୟାମ୍ପ ବା ପ୍ୟାନେଲ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ କରିବେ।
ଏହି ୩ ପଦ ବ୍ୟତୀତ ଯୁଗ୍ମ ସମ୍ପାଦକ, କୋଷାଧ୍ୟକ୍ଷ ଓ ଗୋଟିଏ କାଉସିଲ ମେମ୍ବର ପଦ ପାଇଁ ମଧ୍ୟ ର୍ନିବାଚନ ହୋଇପାରେ। ହେଲେ ଏହି ପଦବୀ ପାଇଁ କେଉଁ ମାନେ ନାମାଙ୍କନ ପତ୍ର ଦାଖଲ କରିବେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications