ସ୍କୁଲ ଓ ଗଣଶିକ୍ଷା ବିଭାଗର ସହ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗ । ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗ ର ଅତିରିକ୍ତ ଦାୟୀତ୍ଵ ଦିଆଯାଇଛି । ରାଜସ୍ୱ ମନ୍ତ୍ରୀ ପଦରୁ ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗ ସହ ସେ ରାଜସ୍ବ ବିଭାଗ ସମ୍ଭାଳିବେ।

ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ବାଚସ୍ପତି ପଦ ପାଇଁ ନାମାଙ୍କନ ପୂର୍ବରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେଇଥିଲେ । ରାଜ୍ୟପାଳ ତାଙ୍କ ଇସ୍ତଫା ଗ୍ରହଣ କରିଥିଲେ ।

ଆଉ ତା ପରେ ଆସନ ଖାଲି ପଡିଥିଲା । ତେବେ ଏହି ମନ୍ତ୍ରୀ ପଦ ପାଇଁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

sudam_marndi

ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ । ତେବେ ଏହି ସମୟର ବିଜେଡିର ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ । ସମସ୍ତେ ପ୍ରମିଳାଙ୍କ ସହ ଆସିଥିଲେ । ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କ ଭେଟିଥିଲେ ପ୍ରମିଳା ମଲ୍ଲିକ ।

ଏହା ପୂର୍ବରୁ ୨୧ ତାରିଖରେ ବାଚସ୍ପତି ନିର୍ବାଚନ ନେଇ ଘୋଷଣା ହୋଇଥିଲା । କିନ୍ତୁ ପରେ ନୂଆଁଖାଇ ପାଇଁ ଗୋଟିଏ ଦିନ ଘୁଞ୍ଚାଯାଇଛି । ନୂଆ ନିଷ୍ପତି ଅନୁଯାୟୀ ୨୨ ତାରିଖ ସକାଳ ୯:୩୦ ମିନିଟରେ ବାଚସ୍ପତି ନିର୍ବାଚନ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+