ଧାଡ଼ି ପହଣ୍ଡିରେ ଆସି ରଥରେ ବିଜେ ହେଲେ ସୁଦର୍ଶନ
ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀ ଲୀଳା ଶେଷକରି ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧା ବିଗ୍ରହ । ମହାପ୍ରଭୁଙ୍କ ଆଗମନ ପାଇଁ ଶରଧାବାଲିରେ ଅପେକ୍ଷା କରିଛନ୍ତି ତାଳଧ୍ୱଜ, ନନ୍ଦିଘୋଷ ଓ ଦର୍ପଦଳନ। ଲକ୍ଷ ଲକ୍ଷ ଭକ୍ତଙ୍କ ମେଳରେ ବାହୁଡ଼ା ଯାତ୍ରା କରିବେ ପରଂବ୍ରହ୍ମ । ଗୁଣ୍ଡିଚା ମନ୍ଦିରରୁ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଛି । ଧାଡ଼ି ପହଣ୍ଡିରେ ରଥକୁ ପ୍ରଥମେ ପହଣ୍ଡି ହୋଇ ଆସିଲେ ସୁଦର୍ଶନ ।

ପହଣ୍ଡି ପରେ ରଥ ଉପରେ ବିଜେ କରିଛନ୍ତି ସୁଦର୍ଶନ। ଏହାପରେ ରଥରେ ଜଣକ ପରେ ଜଣେ ବିଜେ କରିବେ। ବାହୁଡ଼ା ଯାତ୍ରା ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଶରଧାବାଲିରେ ଘଣ୍ଟଘଣ୍ଟା ଓ କାହାଳୀ ନାଦରେ କମ୍ପୁଛି । ବାହୁଡ଼ା ଯାତ୍ରା ପାଇଁ ସବୁ ନୀତି ଶୀଘ୍ର ଚାଲିଛି। ଅପରାହ୍ଣ ସୁଦ୍ଧା ପହଣ୍ଡି ସରିବା ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ ଟଣା ଆରମ୍ଭ ହେବ ବୋଲି ସୂଚନା ମିଳିଛି ।
More From
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications