ହଠାତ୍ ବିଲ ମଝିରେ ଜରୁରୀ ଅବତରଣ କଲା ନୌସେନା ହେଲିକପ୍ଟର

ହଠାତ୍ ବିଲ ମଝିରେ ଜରୁରୀ ଅବତରଣ କଲା ନୌସେନା ହେଲିକପ୍ଟର। ଯାହାକୁ ଦେଖିବାକୁ ରୁଣ୍ଡ ହୋଇଯାଇଥିଲେ ଗ୍ରାମବାସୀ। ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦାରେ।

navy helicopter

ଆଜି ରାସଗୋବିନ୍ଦପୁର ବ୍ଲକର ଗାଁଅମର୍ଦ୍ଦା ବିଲରେ ହଠାତ୍ ନୌସେନା ହେଲିକପ୍ଟରଟି ଅବତରଣ କରିଥିଲା। ପାଖାପାଖି ୧୫ରୁ ୨୦ ମିନିଟ୍ ରହିବା ପରେ ହେଲିକପ୍ଟରଟି ପୁଣି ଉଡାଣ ଭରିଥିଲା। ହେଲିକପ୍ଟରଟି ଅବତରଣ କରିବା ପରେ ଆଖପାଖ ଲୋକେ ଦେଖିବା ପାଇଁ ଭିଡ଼ ଜମାଇଥିଲେ। ତେବେ ବିମାନଟି କାହିଁକି ଜରୁରୀ ଅବତରଣ କଲା ତାର କାରଣ ଜଣାପଡ଼ିନାହିଁ। ହେଲିକପ୍ଟରରେ ୩ଜଣ ନୌସେନା ଅଧିକାରୀ ଥିବା ଜଣାଯାଇଛି।

ନୌସେନାର ହେଲିକପ୍ଟର ଜରୁରୀକାଳୀନ ଅବତରଣ ନେଇ ମୟୂରଭଞ୍ଜ ଏସପି କହିଛନ୍ତି, ଯାନ୍ତ୍ରିକ ତ୍ରୁଟି ଯୋଗୁ ନୌସେନା ହେଲିକପ୍ଟରଟି ଜରୁରୀକାଳୀନ ଅବତରଣ କରିଥିଲା। ପରେ ହେଲିକପ୍ଟରଟି ପୁଣି ଉଡ଼ାଣ ଭରିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+