ରକ୍ତ ରଞ୍ଜିତ ହେବ ବଲାଙ୍ଗୀର ଶୁଲିଆ ପୀଠ
ବଲାଙ୍ଗୀର: ଆସନ୍ତାକାଲି ପ୍ରସିଦ୍ଧ ବଲାଙ୍ଗୀର ଶୁଲିଆ ଯାତ୍ରା । ରକ୍ତ ରଞ୍ଜିତ ହେବ ବଲାଙ୍ଗୀର ଦେଓଗାଁ ବ୍ଲକ ଖଇରଗୁଡ଼ାରେ ଶୁଲିଆ ପୀଠ । ଆଞ୍ଚଳିକ ଶୁଲିଆ ଯାତ୍ରା କମିଟି ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଚଳିତ ବର୍ଷ ତିନି ଦିନ ଧରି ଶୁଲିଆ ମହୋତ୍ସବ ଅନୁଷ୍ଠିତ ହେଉଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶୁଲିଆ ପୀଠ ଖଇରଗୁଡ଼ାରେ ଆଦିବାସୀମାନେ ପାରମ୍ପରିକ ପର୍ବ ପାଳନ କରିବେ ।

ମାନସିକଧାରୀ ଆସି ଦେବେ ବଳି । କିଏ କୁକୁଡ଼ା ତ ଆଉ କିଏ ଛେଳି ବଳି ଦେବେ । କିଏ ପାରା ତ ଆଉ କିଏ ପୋଢ଼ ବଳି ମଧ୍ୟ ଏହି ଯାତ୍ରାରେ ଦେଇଥାନ୍ତି । ହଜାର ହଜାର ଭକ୍ତଙ୍କ ମଧ୍ୟରେ ବଳି ପଡି ରକ୍ତ ରଞ୍ଜିତ ହୋଇଥାଏ ପୀଠ ।
ତେବେ ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ଦିନ ସିଲୁଆ ଯାତ୍ରା ହୋଇଥାଏ । ଦେଓଗାଁ ବ୍ଲକ ଖଇରଗୁଡାର ବଡ଼ଖଳା ଓ କୁମୁରିଆର ସାନ ଖଳାରେ ପୂଜା ପରେ ବଳି ପଡିଥାଏ । ପ୍ରଥମେ ପାଟ ଭୁକା ଧଳା ଗଞ୍ଜା ବଳି ପଡିବା ପରେ ଭକ୍ତ ଆଣିଥିବା ପଶୁପକ୍ଷୀଙ୍କ ବଳି ପଡିଥାଏ ।
ଆଦିବାସୀ ପରମ୍ପରା ଅନୁସାରେ ଯାତ୍ରା ସମୟରେ ବଳି ପଡିବ । ବଳିପ୍ରଥା ବନ୍ଦ କରିବା ପାଇଁ ଜିଲ୍ଲା ପ୍ରଶାସନ ବୈଠକରେ ଅନୁରୋଧ କରିଥିଲେ । ହେଲେ ବଳି ନେଇ ଜିଦରେ ଅଟଳ ରହିଛି ଶୁଲିଆ ଯାତ୍ରା କମିଟି । ଆଦିବାସୀ ପରମ୍ପରା ଓ ରୀତିନୀତି ଅନୁସାରେ ବଳି ପଡିବ । ପ୍ରତିବର୍ଷ ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ଦିନ ଶୁଲିଆ ଯାତ୍ରା ଅନୁଷ୍ଠିତ ହୋଇଥାଏ । ଭୋରରୁ ମୁଖ୍ୟ ପୂଜକ ଓ ଦେହୁରୀମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ପୀଠରେ ପହଞ୍ଚିଥାନ୍ତି । ପୀଠରେ ନିଶିପୂଜା ପରେ ପୂଜାର୍ଚ୍ଚନା କରାଯାଇଥାଏ । ତାପରେ ପ୍ରଥମେ କୁକୁଡ଼ା ବଳି ଦେଇ ଶୁଳିଆ ବୁଢାକୁ ଭୋଗ ଅର୍ପଣ କରାଯାଇଥାଏ । ମାନସିକଧାରୀ ମାନେ ଆଣିଥିବା ପୋଢ଼, ବେତା, ମେଣ୍ଢା, କୁକୁଡ଼ା, ବତକ ଶହ ଶହ ସଂଖ୍ୟରେ ବଳି ଦିଆଯାଇଥାଏ । ପଶୁପକ୍ଷୀଙ୍କ ରକ୍ତରେ ଖଇରଗୁଡ଼ାର ବଡ଼ଖଳା ଓ କୁମୁରିଆର ସାନଖଳା ରକ୍ତରଞ୍ଜିତ ହୁଏ ।
ବଳିପ୍ରଥା ବନ୍ଦ କରିବା ପାଇଁ ପୂର୍ବରୁ କିଛି ସ୍ବେଚ୍ଛାସେବୀ ସଂଗଠନ ଓ ଜିଲ୍ଲା ପ୍ରଶାସନ ତରଫରୁ ଲୋକଙ୍କୁ ସଚେତନ କରାଯାଇଥିଲା । କିଛି ବର୍ଷ ଧରି ଜିଲ୍ଲା ପ୍ରଶାସନ ପକ୍ଷରୁ ବଳିପ୍ରଥା ବନ୍ଦ କରିବାକୁ ଯାତ୍ରା ସ୍ଥଳରେ ୧୪୪ଧାରା ଜାରି କରାଯାଇଥିଲା । ତେବେ 2015 ଡିସେମ୍ବର 29 ତାରିଖରେ ସୁପ୍ରିମକୋର୍ଟ ରାୟରେ ଆଦିବାସୀଙ୍କ ପରମ୍ପରାରେ କେହି ହସ୍ତକ୍ଷେପ ପରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଥିଲେ । ତାପରଠାରୁ ପ୍ରତିବର୍ଷ ଶୁଲିଆ ପୀଠରେ ପଶୁ ବଳି ପଡ଼ିଆସୁଛି । ପୋଲିସ ପ୍ରଶାସନ ପକ୍ଷରୁ ଯାତ୍ରାସ୍ଥଳରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଜଣେ ମାଜିଷ୍ଟ୍ରେଟ ଓ ବରିଷ୍ଠ ପୋଲିସ ଅଧିକାରୀଙ୍କ ସମେତ ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ବ୍ୟବସ୍ଥା କରାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications