ଆଜିଠୁ ଖରାଛୁଟି ଆରମ୍ଭ, ଜୁନ୍‌ ୧୭ ଯାଏଁ ବନ୍ଦ ରହିବ ସମସ୍ତ ସ୍କୁଲ୍

ସୋମବାରଠୁ ରାଜ୍ୟର ସମସ୍ତ ବିଦ୍ୟାଳୟ ଖରା ଛୁଟି ଆରମ୍ଭ ହୋଇଛି। ଜୁନ୍‌ ୧୭ ତାରିଖ ଯାଏ ଛୁଟି ରହିବ ସମସ୍ତ ସ୍କୁଲ । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି । ସ୍କୁଲ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି ।

Summer vacation

ସୂଚନାଯୋଗ୍ୟ, ଗଣଶିକ୍ଷା ବିଭାଗର ଶିକ୍ଷା କ୍ୟାଲେଣ୍ଡର ଅନୁଯାୟୀ ମେ'୬ରୁ ଜୁନ୍‌ ୧୭ ଯାଏ ଗ୍ରୀଷ୍ମକାଳୀନ ଛୁଟି ରହିଛି । ରାଜ୍ୟରେ ପ୍ରଚଣ୍ଡ ତାତିକୁ ଲକ୍ଷ୍ୟ ରଖି ରାଜ୍ୟ ସରକାର ଆଗୁଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଛୁଟି ସମୟରେ ପିଲାଙ୍କର ପାଠପଢ଼ା ଯେପରି କ୍ଷତି ନହୁଏ ସେଥିଲାଗି ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଣ୍ଟା ଭିଡ଼ିଛି । ଗ୍ରୀଷ୍ମକାଳୀନ ଶିକ୍ଷା କାର୍ଯ୍ୟକ୍ରମ ତଥା 'ସମର ଲର୍ଣ୍ଣିଂ' କାର୍ଯ୍ୟକ୍ରମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟ ଅଫିସ୍‌ କାର୍ଯ୍ୟ ପୂର୍ବପରି ଜାରି ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+