ଆସନ୍ତା ଜୁନ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି
ଭୁବନେଶ୍ବର: ଆଜିଠୁ ବନ୍ଦ ହାଇକୋର୍ଟ । ଆଜିଠୁ ଜୁନ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି । ତେବେ ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ଯ୍ୟ କରିବେ ।
ଛୁଟି ଦିନରେ ଅବକାଶକାଳୀନ ଖଣ୍ଡପୀଠ କାଲି ସମେତ ୨୫,୩୦ ଓ ଜୁନ୍ ୧,୬,୮,୧୨ ଓ ୧୩ତାରିଖରେ ଜରୁରୀମାମଲାର ଶୁଣାଣି କରିବେ । କାଲି ଓ ୨୫ତାରିଖରେ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ ସାହୁଙ୍କ ଦୁଇଜଣିଆ ଖଣ୍ଡପୀଠ ସମେତ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଜଣକିଆ ଖଣ୍ଡପୀଠରେ ଜରୁରୀ ମାମଲାର ଶୁଣାଣି ହୋଇପାରିବ ।

ସେହିପରି ମେ' ୩୦ତାରିଖରେ ଦୁଇଜଣିଆ ଖଣ୍ଡପୀଠ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ୍ ସାହୁ ଏବଂ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ । ସେହିପରି ଜୁନ୍ ୧ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ବିପି ରାଉତରାୟ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ।
ଜୁନ୍ ୬ ଓ ୮ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ, ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ଜୁନ୍ ୧୨ ଓ ୧୩ରେ ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ଏସକେ ମିଶ୍ରଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications