ମହଣ ମହଣ ସୁନାରେ ଝଟକୁଛନ୍ତି କାଳିଆ ସାଆନ୍ତ

ପୁରୀ: ଆଜି ସୁନାବେଶରେ ମହଣ ମହଣ ସୁନାରେ ସୁଶୋଭିତ ହୋଇ ଝଟକୁଛନ୍ତି ରଥାରୁଢ ମହାପ୍ରଭୁ । ସୁବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ହୋଇଛତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା । ଚତୁର୍ଦ୍ଧାମୂର୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ୱର ବେଶ ବୋଲି ମଧ୍ୟ କୁହାଯାଏ । ସିଂହଦ୍ୱାର ସମ୍ମୁଖରେ ଶ୍ରୀଜିଉମାନେ ଭକ୍ତମାନଙ୍କୁ ସୁନାବେଶରେ ଥାଇ ଦର୍ଶନ ଦେଉଛନ୍ତି । ମଥାରେ ସୁନାର କିରିଟ ସାଙ୍ଗକୁ କାନରେ ସୁନାର କୁଣ୍ଡଳ । କମରରେ ସୁନାର କମରପଟି, ପାଦରେ ଶ୍ରୀପୟର ।

ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ହସ୍ତରେ ସୁବର୍ଣ୍ଣର ହଳମୁଷଳ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହସ୍ତରେ ସୁବର୍ଣ୍ଣର ଚକ୍ର ଓ ରୁପାର ଶଙ୍ଖ । ମା' ସୁଭଦ୍ରାଙ୍କ ସୁବର୍ଣ୍ଣର ତଡ଼ଗି(କର୍ଣ୍ଣାଳଙ୍କାର) । ସାଙ୍ଗକୁ ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା ଆଦି ଆଭୂଷଣ । ଧରାପୃଷ୍ଠରେ ଆଜି ଏଭଳି ମାନବୀୟ ଲୀଳା ଖେଳିଛନ୍ତି କୋଟି କୈବଲ୍ୟନାଥ ବ୍ରହ୍ମାଣ୍ଡ ଠାକୁର । ପାଦରୁ ମସ୍ତକ ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ଦେଇଛନ୍ତି ଦର୍ଶନ ।

Suna Besa kalia thakur

ଶୃଙ୍ଗାର ପ୍ରିୟ ଠାକୁରଙ୍କର ୨୪ ବେଶ ମଧ୍ୟରୁ ଶ୍ରୀମନ୍ଦିରରେ ୨୨ ବେଶ ହୋଇଥାଏ । ମହାପ୍ରଭୁଙ୍କ ସୁନା ବେଶ ଦେଖିବା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଲାଗି ରହିଛି । ରାତ୍ର ୧୧ଟା ପର୍ଯ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍‌ଯ ପ୍ରଶାସନ ନିଷ୍ପତି ନେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+