ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ
ତିନି ରଥରେ ବସି ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି ।
ପୁରୀ: ତିନି ରଥରେ ବସି ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ମାଉସୀ ମା ଘରେ ପୋଡ଼ ପିଠା ଖାଇ ଫେରିବା ପରେ ଆଜି ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ବଡ଼ଦାଣ୍ଡରେ ତିନି ରଥିରେ ତିନି ଠାକୁର ସୁନା ବେଶରେ ଦର୍ଶନ ଦେଉଛନ୍ତି ।

ଭଗବାନଙ୍କର ଏହି ଦିବ୍ୟ ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସେବାୟତମାନେ ଆଜି ସଅଳ ପ୍ରକ୍ରିୟା ଆରମ୍ଭ କରି ଦେଇଥିଲେ । ସିଂହଦ୍ବାର ସମ୍ମୁଖରେ ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତମାନେ ନିଜକୁ ଧନ୍ୟ ମନେ କରୁଛନ୍ତି। ମହାପ୍ରଭୁଙ୍କର ଏହି ଦିବ୍ୟ ବେଶ ରାତି ୧୧ଟା ଯାଏଁ ରହିବ। ଏହା ପରେ ବେଶ ଓଳାଗି ହେବ ।
ଅନ୍ୟପଟରେ ମହାପ୍ରଭୁଙ୍କର ମନଲୋଭା ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ଲକ୍ଷାଧିକ ଭକ୍ତଙ୍କ ଗହଳିରେ ବଡ଼ଦାଣ୍ଡ ଲୋକାରଣ୍ୟ ସୃଷ୍ଟି ହୋଇଛି। ସୁନାବେଶ ଦର୍ଶନ ପାଇଁ ଭକ୍ତମାନେ ଯେପରିକି ଆଦୌ ଅସୁବିଧାର ସାମ୍ନା ନ କରିବେ, ସେଥିପାଇଁ ପ୍ରଶାସନ ପକ୍ଷରୁ ଆବଶ୍ୟକ ବନ୍ଦୋବସ୍ତ କରାଯାଇଛି ।












Click it and Unblock the Notifications