ସୁନାବେଶ ଦେଖିବାକୁ ପୁରୀ ଯାଉଛନ୍ତି କି ? ଜାଣନ୍ତୁ ରୁଟ୍, ନ ହେଲେ ହେବେ ହଇରାଣ
ଆଜି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ। ମହାପ୍ରଭୁଙ୍କ ସୁନାବେଶ ବେଶକୁ ଦର୍ଶନ ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଭକ୍ତଙ୍କ ଭିଡ଼କୁ ନଜରରେ ରଖି ପୁରୀରେ ଟ୍ରାଫିକ୍ ବ୍ୟବସ୍ଥା ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି । ସୁନାବେଶ ଉପଲକ୍ଷେ ହୋଇଛି ସ୍ୱତନ୍ତ୍ର ଟ୍ରାଫିକ୍ ରୁଟ୍ ଚାର୍ଟ ।
ଭୁବନେଶ୍ୱର ପଟୁ ଆସୁଥିବା ଟୁରିଷ୍ଟ ବସ୍ ମାଳତୀପାଟ ପୁରରେ ଓ ଦୈନିକ ବସ୍ ତାଳବଣିଆଠାରେ ପାର୍କିଂ କରିବେ। ସେହିପରି ଭୁବନେଶ୍ୱର ପଟୁ ଆସୁଥିବା ଦୁଇ ଚକିଆ ଯାନ ପାଇଁ ଜଗନ୍ନାଥ ବଲ୍ଲଭ, ଜେଲ୍ ରୋଡ୍, ମାଟିତୋଟା ପାର୍କିଂ ଏବଂ କୋଣାର୍କ ପଟୁ ଆସୁଥିଲେ ବ୍ଲୁ ଫାଗ୍ ବିଚ୍, ହୋଟେଲ୍ ନୀଳାଚଳ ଅଶୋକ, ହଲିଡେ ରିସର୍ଟ ପଛପଟ ପାର୍କିଂରେ ଗାଡ଼ି ରଖିବେ।
ଯେଉଁମାନେ ଭୁବନେଶ୍ୱର ପଟୁ ୪ ଚକିଆରେ ଆସୁଥିବେ ସେମାନେ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସର, ବ୍ରହ୍ମଗିରି ପଟୁ ଆସୁଥିବା ଯାତ୍ରୀ ଜଗନ୍ନାଥ ବଲ୍ଲଭ, ୟାତ୍ରିକା ପ୍ୟାଲେସ୍ ଏବଂ ନୋଳିଆ ଫିଲଡରେ ପାର୍କିଂ କରିବେ। କୋଣାର୍କ ପଟୁ ଆସୁଥିବା ଯାତ୍ରୀ, ଇଣ୍ଡୋର ଷ୍ଟାଡ଼ିୟମ୍, ଆଇଟିଆଇ ଏବଂ ହେଲିପ୍ୟାଡ୍ ପାର୍କିଂରେ ଗାଡ଼ି ରଖିବେ।

ଶ୍ରଦ୍ଧାଳୁମାନେ ବ୍ୟାରିକେଡରେ ନନ୍ଦିଘୋଷ ରଥ ପାର୍ଶ୍ୱ ଦେଇ ୱାନ ୱେରେ ପ୍ରଥମେ ଶ୍ରୀଜଗନ୍ନାଥ, ପରେ ଦେବୀ ସୁଭଦ୍ରା ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କୁ ଦର୍ଶନ କରି ତାଳଦଧ୍ୱଜ ରଥ କଡ଼େ କଡ଼େ ଫେରିବା ଲାଗି ବ୍ୟବସ୍ଥା କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଭିଡ଼ ନିୟନ୍ତ୍ରଣ ଲାଗି ପୁରୀରେ ମୋଟ୍ ୧୯୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।












Click it and Unblock the Notifications