Get Updates
Get notified of breaking news, exclusive insights, and must-see stories!

ସୁନାବେଶ : ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର

ପୁରୀ: ଆଜି ମହାପ୍ରଭୁଙ୍କ ସୁନାବେଶ । ରଥ ଉପରେ ମହଣ ମହଣ ସୁନାରେ ସଜେଇ ହୋବେ ଚତୁର୍ଦ୍ଧାମୂର୍ତ୍ତି । ସୁନାରେ ସଜେଇ ହୋଇ ପଥ ଉପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ରଥ ଉପରେ ମଧ୍ୟାହ୍ନ ଧୂପ, ମଇଲମ ନୀତି ହେବ । ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ପରେ ସୁନାବେଶ ଆରମ୍ଭ ହେବ ।

sunabesha

ବଡ଼ଭାଇ ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି, ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା, ଝୋବାକଣ୍ଠି ଆଦି ପରିଧାନ କରିବେ ।

ଭଉଣୀ ସୁଭଦ୍ରା କିରିଟି, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିବେ । ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀ ମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ ।

ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଭଳି ସୁନାବେଶ ଦର୍ଶନ ପାଇଁ ମଧ୍ୟ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ । ଗତକାଲି ଶରଧାବାଲିରୁ ସିଂହଦ୍ୱାରକୁ ବାହୁଡ଼ିଛନ୍ତି ମହାବାହୁ । ଘଣ୍ଟଘଣ୍ଟା, ଶଙ୍ଖ ଧ୍ୱନୀରେ ଫାଟିପଡୁଥିଲା ବଡଦାଣ୍ଡ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+