ଆଜି ସୁନିଆଁ ଉତ୍ସବ; ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୩ ସାଲ ଓ ୬୯ ଅଙ୍କର ପ୍ରବେଶ

ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ । ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୩ ସାଲ ଓ ୬୯ ଅଙ୍କର ପ୍ରବେଶ । ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ । ଆଜିଠାରୁ ଗଜପତି ମହାରାଜାଙ୍କର ୬୯ ଅଙ୍କ ଆରମ୍ଭ ହେବ । ଜାତକ ଓ ପାଞ୍ଜି, ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ। ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ ।

କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ ।

sunia utsab from today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+