ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ସୁପାରିସ୍‌

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିସ୍‌ ହୋଇଛି । ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ସୁପାରିସ୍‌ କରିଛି କଲେଜିୟମ୍‌ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ପଦବୀ ଖାଲି ପଡ଼ିଥିଲା । ପାଟ୍‌ନା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ।

ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ ବର୍ଷ ଧରି କରିଛନ୍ତି । ୨୦୧୨ ଏପ୍ରିଲ ୫ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।

ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ସଞ୍ଜିବ ଖାନ୍ନା ଓ ଜଷ୍ଟିସ ସଞ୍ଜୟ କିଶାନ କୌଶଲଙ୍କୁ ନେଇ ଗଠିତ କଲେଜିୟମ ଆଜି ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଛନ୍ତି ।

chakradhari_sharan_singh

୧୯୬୩ ଜାନୁୟାରୀ ୨୦ତାରିଖରେ ଜନ୍ମିତ ୬୦ବର୍ଷୀୟ ଜଷ୍ଟିସ ଶରନ ସିଂ ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ । ଏହା ପରେ ୧୯୯୦ ଜାନୁୟାରୀ ମାସରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ ।

ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ବରିଷ୍ଠ ବିଚାରପତି ଡକ୍ଟର ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+