କଂଗ୍ରେସ ବିଧାୟକ ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା ନେଇ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଦେଲେ ସୁପ୍ରିମକୋର୍ଟ
ସୁପ୍ରିମକୋର୍ଟରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଦେଲେ ସୁପ୍ରିମକୋର୍ଟ । ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ ।
କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ଙ୍କୁ ବଡ ଝଟକା ଦେଇଥିଲେ ହାଇକୋର୍ଟ । କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ। ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲାରେ ହାଇକୋର୍ଟରେ ଅଭିଯୋଗ ପ୍ରମାଣିତ ହୋଇଥିଲା । କୋର୍ଟ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ । ନିର୍ବାଚନ ସମୟରେ ସତ୍ୟପାଠ ନିୟମ ମୂତାବକ ଦେଇନଥିବା ଏବଂ ଅନେକ ତଥ୍ୟ ଲୁଚାଇଥିବା ନେଇ କୋର୍ଟ କହିଥିଲେ । ମିଥ୍ୟା ସତ୍ୟପାଠ ନେଇ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ।

ଗତ ବିଧାନସଭା ନିର୍ବାଚନରେ ନାମାଙ୍କନ ଦାଖଲ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ ଥିଲେ ମୋକିମ । ଏପରିକି ସେ ଜାଣିଶୁଣି କିଛି କାଟାଗୋରି ଛାଡ଼ି ଯାଇଥିଲେ । ନାମାଙ୍କନ ପତ୍ରରେ ଏସମ୍ପର୍କୀତ ତଥ୍ୟ ଲୁଚାଇଥିବାରୁ ତାହା RTI ଆକ୍ଟକୁ ଉଲ୍ଳଘଂନ କରୁଛି ବୋଲି ବିଜେଡି ନେତା ତଥା ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ ।
ଦେବାଶିଷ ଏନେଇ ୨୦୧୯ ମସିହାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଏକ ମାମଲା ରୁଜୁ କରିଥିଲେ । ସେହି ଆଧାରରେ କୋର୍ଟ ପକ୍ଷରୁ ଉଭୟ ପକ୍ଷଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା। ଆବଶ୍ୟକ ଡକ୍ୟୁମେଣ୍ଟ ବି ଉପସ୍ଥାପନ କରାଯାଇଥିଲା । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।
ରାଷ୍ଟ୍ରପତି ନିର୍ବାଚନ ସମୟରେ ଦଳୀୟ ହୁଇପକୁ ଅମାନ୍ୟ କରି ବିଧାୟକ ମୋକିମ୍ ଏନଡିଏ ପ୍ରାର୍ଥୀଙ୍କୁ ଭୋଟ୍ ଦେଇଥିଲେ । ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ ଓ ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବୀ ବିଶ୍ୱାଳଙ୍କୁ ନିଲମ୍ବିତ କରିଥିଲା କଂଗ୍ରେସ। ମାତ୍ର ନିର୍ବାଚନ ପୂର୍ବରୁ ଘର ସଜାଡ଼ିବାକୁ ଅଣ୍ଟା ଭିଡ଼ି ଉଭୟଙ୍କ ଉପରୁ ଗତ ଜାନୁୟାରୀ ମାସରେ ନିଲମ୍ବନ ଆଦେଶ ଉଠାଇ ନେଇଥିଲା ଦଳ ।












Click it and Unblock the Notifications