ବିଶ୍ୱ ଅଙ୍ଗ ଦାନ ଦିବସ: ଚଳିତ ବର୍ଷ ସୁରଜ ପୁରସ୍କାର ପାଇଲେ ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି
Suraj Puraskar 2022: Suraj Puraskar 2022 Awarded This year to late Sushil Sahoo and Sidhi samruddhi ସୁରଜ ପୁରସ୍କାର ୨୦୨୨, ଚଳିତ ବର୍ଷ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧିଙ୍କୁ ପୁରସ୍କାର ପ୍ରଦାନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗାଁର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ସୁରଜ ପୁରସ୍କାର ପ୍ରଦାନ କରିଛନ୍ତି । ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ୨୦୨୦ରୁ ଏହି ପୁରସ୍କାର ଦିଆଯାଉଛି । ଏହା ତୃତୀୟ ସୁରଜ୍ ପୁରସ୍କାର । ୨୦୨୦ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ସୁରଜଙ୍କର ୬ଟି ଗୁରୁତ୍ୱପୁର୍ଣ୍ଣ ଅଙ୍ଗ ଦାନ କରି ୬ଟି ଜୀବନ ରକ୍ଷା କରିଥିଲେ । ଏହା ପରଠୁ ମୁଖ୍ୟମନ୍ତ୍ରୀ ତାଙ୍କ ନାମରେ ସୁରଜ ପୁରସ୍କାର ଆରମ୍ଭ କରିଥିଲେ ।

ଉଭୟ ସୁଶୀଲ ଓ ସିଦ୍ଧିଙ୍କ ମା',ବାପାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି । ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ଆହ୍ବାନ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ । ଅଙ୍ଗ ଦାନ ଏକ ସାହସିକ ନିଷ୍ପତ୍ତି । ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ସେହିପରି ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗର ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି କହିଥିଲେ ।
5T ସଚିବ ଭି କେ ପାଣ୍ଡିଆନ ଏହି କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶକ ସ୍ବାଗତ ଭାଷଣ ଦେଇଥିଲେ ଓ ଡିଏମଇଟି ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।












Click it and Unblock the Notifications