ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚିତ

ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚିତ । ସୁରମା ପାଢ଼ୀ ନିର୍ଦ୍ବନ୍ଦ୍ବରେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । କାମଚଳା ବାଚସ୍ପତିଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି ସୁରମା । ଦାୟିତ୍ବ ଗ୍ରହଣ ପରେ ଗୃହ ପରିଚାଳନା କଲେ ବାଚସ୍ପତି ।

Surama Padhy

ଗୃହରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ବିରୋଧୀଦଳ ନେତା, କଂଗ୍ରେସ ବିଧାୟକ ଦଳ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର ସମୟରେ ନିର୍ବାଚିତ ହୋଇ ମନ୍ତ୍ରୀ ରହିସାରିଛନ୍ତି। ତେଣୁ ସେହି ଦୃଷ୍ଟିରୁ ଦଳ ଜଣେ ମହିଳା ଏବଂ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କ ଉପରେ ଭରସା କରିଛି।

ଆଗକୁ ରାଜ୍ୟ ବଜେଟ୍ । ତା'ପୂର୍ବରୁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବଜେଟ୍ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା ପ୍ରସ୍ତାବ ଗ୍ରହଣ କରିବା ଆବଶ୍ୟକ । ତେଣୁ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତରେ କରାଯିବାର ଆବଶ୍ୟକତା ରହିଛି ।

ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୪-୨୦୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ ପାଇଁ ଏକ ନିର୍ଦ୍ଦିଷ୍ଟ ଫର୍ମାଟ୍ ତିଆରି କରିଛି ।

ୱେବ ପୋର୍ଟାଲ ହେଉଛି budget.odisha.gov.in। ସେହିପରି [email protected] ଠିକଣାରେ ଇ-ମେଲ୍ ମଧ୍ୟ କରିପାରିବେ । ଏହାବ୍ୟତୀତ 94381-61111 ମୋବାଇଲ୍ ନମ୍ବରରେ ବଜେଟ୍ ସମ୍ବନ୍ଧୀୟ ମତାମତ ପଠାଇପାରିବେ।

କେବଳ ଏତିକି ନୁହେଁ, ଫେସବୁକ, ଇନଷ୍ଟାଗ୍ରାମ୍ ମାଧ୍ୟମରେ ମଧ୍ୟ ମତ ପଠାଇପାରିବେ। ଏସବୁ ଜରିଆରେ ସାଧାରଣ ଜନତା, ନାଗରିକ ସମାଜ, ବିଭିନ୍ନ ସିଭିଲ୍ ସୋସାଇଟି ସଂଗଠନ ନିଜର ମତାମତ ଜୁନ୍ ୨୦ରୁ ଜୁଲାଇ ୫ ତାରିଖ ଯାଏଁ ପଠାଇପାରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+