ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ହେଲେ ସୁରେଶ ଚନ୍ଦ୍ର ମହାପାତ୍ର
ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଇଛନ୍ତି ସୁରେଶ ମହାପାତ୍ର । ଆଜି ପୂର୍ବାହ୍ନରେ ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଇଛନ୍ତି ସୁରେଶ ମହାପାତ୍ର । ଆଜି ପୂର୍ବାହ୍ନରେ ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ଏଥିସହ ଏସଆରସି ତଥା ଶକ୍ତି ବିଭାଗ ଅତିରିକ୍ତ ଶାସନ ସଚିବ ନୀକୁଞ୍ଜ ବିହାରୀ ଧଳ ରାଜ୍ୟପାଳଙ୍କ ଅନୁମତି କ୍ରମେ ଓଇଆରସି ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ନିଯୁକ୍ତି ପତ୍ର ପାଠ କରିଛନ୍ତି । ଗତ ମାସ 26 ତାରିଖରେ ରାଜ୍ୟ ସରକାର ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରି କମିଶନ(ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ । ଗତକାଲି ତାଙ୍କର ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟକାଳ ସରିଥିଲା ।
ସୁରେଶ ମହାପାତ୍ର 2021 ମସିହା ଜାନୁଆରୀ 1 ତାରିଖରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ । ଓଡିଶାରେ ଇକୋ ରିଟ୍ରିଟ ଶ୍ରୀ ମହାପାତ୍ରଙ୍କ ଯୋଜନା । ସେ ପୂର୍ବରୁ ଶକ୍ତି ବିଭାଗ ଅନ୍ତର୍ଗତ ଓପିଜିସି, ଓଏଚପିସି, ଓଟିପିସିଏଲ ଓ ଗ୍ରୀଡକୋରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି ମାଥିଭାତାନନ, ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଉତ୍ସବରେ ଉପସ୍ଥିତ ଥିଲେ ।
ଅନ୍ୟପଟେ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରଦୀପ କୁମାର ଜେନା । ସୁରେଶ ଚନ୍ଦ୍ର ମହାପାତ୍ର ଅବସର ପରେ ତାଙ୍କ ସ୍ଥାନରେ ପ୍ରଶାସନିକ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ୧୯୮୯ ବ୍ୟାଚ ଆଇଏଏସ ଅଫିସର ପ୍ରଦୀପ ଜେନା । ତେବେ ବିଦାୟୀ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ନୂଆ ମୁଖ୍ୟ ଶାସନ ସଚିବ ଉଭୟ ପ୍ରଦୀପ ଜେନା ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ । ଉନ୍ନୟନ କମିଶନର ଅନୁଗର୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ଫାଇବ ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିଥିଲେ ।












Click it and Unblock the Notifications