ମୋକିମ, ଚିରଞ୍ଜୀବଙ୍କ ଉପରୁ ନିଲମ୍ବନ ହଟିଲା
Odisha Congress: କଟକ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଉଠାଯାଇଛି । ନିଲମ୍ବନ ହଟିବା ନେଇ ପ୍ରଭାରୀ ଅଜୟ କୁମାରଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ସେହିପରି ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ ମଧ୍ୟ କଂଗ୍ରେସକୁ ଫେରିଛନ୍ତି । । ପାଖାପାଖି ୬ମାସ ଧରି କଂଗ୍ରେସରୁ ନିଲମ୍ବିତ ହୋଇଥିଲେ ମଧ୍ୟ ସେମାନେ ଅନ୍ୟ କେଉଁ ଦଳରେ ମିଶିନଥିଲେ । ଗତ ସୋମବାର ଦିନ ୨ ହେଭିୱେଟ୍ ନେତା କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କୁ ଭେଟିଥିଲେ ।

ସୂଚନାଥାଉ ଯେ, ୧୫ ଜୁଲାଇ ୨୦୨୩ରେ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା । ସୂଚନା ଭବନରେ ଆୟୋଜିତ ଜାନକୀ ବସନ୍ତ ଯୋଡି ଓଡ଼ିଶା ରାଜନୀତିର ସୁବର୍ଣ୍ଣ ଯୁବ ଶୀର୍ଷକ ଆଲୋଚନାରେ ଯୋଗଦେଇ ଉଭୟ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା । ଯେଉଁଥି ପାଇଁ ଏଆଇସିସି ଶୃଙ୍ଖଳା କମିଟି ଦୁହେଁଙ୍କୁ ନିଲମ୍ବନ କରିଥିଲେ ।
ଦଳ ବିରୋଧୀ କାର୍ଯ୍ୟ ନେଇ ଉଭୟଙ୍କ ନାମରେ ଅଭିଯୋଗ ହୋଇଥିଲା । ଦଳର ପିସିସି ଶରତ ପଟ୍ଟନାୟକ ଏନେଇ ଅଭିଯୋଗ କରିଥିଲେ । ଉଭୟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଉଭୟଙ୍କୁ ନିଲମ୍ବିତ କରାଯାଇଥିଲା ।
ଆପଣଙ୍କୁ କହି ରଖୁଛୁ, ମେ 8 ତାରିଖରେ ସୂଚନା ଭବନରେ 'ଜାନକୀ-ବସନ୍ତ ଯୋଡ଼ି, ଓଡ଼ିଶାରେ ସୁବର୍ଣ୍ଣ ଯୁଗ' ଯୋଡ଼ି କାର୍ଯ୍ୟକ୍ରମରେ ଦଳର ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଥିଲେ । ସମସ୍ତେ ନିଜକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି ଭାବୁଥିବା କହିଥିଲେ । ଏପରିକି ଝାରସୁଗୁଡ଼ା ଉପନିର୍ବାଚନରେ ଦଳର ପ୍ରାର୍ଥୀ ଚୟନ ଏବଂ ପ୍ରଚାରକୁ ନେଇ ଚିରଞ୍ଜୀବ ବିଶ୍ୱାଳ ପ୍ରଶ୍ନ କରିଥିଲେ ।
2019 ସାଧାରଣ ନିର୍ବାଚନ ପରଠୁ ଚିରଞ୍ଜିବୀ ନିଜକୁ ଦଳୀୟ ସାଂଗଠନିକ କାର୍ଯ୍ୟରୁ ସମ୍ପୂର୍ଣ୍ଣ ଦୂରେଇ ରଖିଥିଲେ । ମୋକିମ୍ ବିଭିନ୍ନ ସମୟରେ ଦଳୀୟ ନିଷ୍ପତ୍ତିକୁ ଅବମାନନା କରୁଥିଲେ । ରାଷ୍ଟ୍ରପତି ନିର୍ବାଚନ ସମୟରେ ଦଳୀୟ ହ୍ୱିପ୍ କୁ ମଧ୍ୟ ଅମାନ୍ୟ କରିଥିଲ ବିଧାୟକ ମୋକିମ୍ । ସେତେବେଳେ ଏନଡିଏ ପ୍ରାର୍ଥୀଙ୍କୁ ଭୋଟ୍ ଦେଇଥିଲେ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications