ରାଜଧାନୀରେ ପୁଣି ବୁଲିଲା ଖଣ୍ଡା; ୨ ଯୁବକ ଗୁରୁତର, ତଦନ୍ତ ଆରମ୍ଭ କଲା ପୋଲିସ

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା, ୨ ଯୁବକ ଗୁରୁତର। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। କିଛି ଯୁବକ ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ଖଣ୍ଡାରେ ହାଣି ପକାଇଛନ୍ତି। ସେମାନଙ୍କୁ ଗୁରୁତର ଭାବେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି।

bhubaneswar

ଏହି ଆକ୍ରମଣରେ ଗୁରୁତର ହୋଇଥିବା ୨ଜଣ ଯୁବକଙ୍କୁ ଭୁବନେଶ୍ୱର ଏମ୍‌‌ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଖବର ପାଇ ଖଣ୍ଡଗିରି ପୁଲିସ ଘଟଣାସ୍ଥଳ ପରିଦର୍ଶନ ସହ ଛାନଭିନ କରିଛି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ତେବେ ଅଭିଯୁକ୍ତମାନଙ୍କୁ ଗିରଫ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ସହ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ଖଣ୍ଡଗିରି ପୁଲିସ ସୂଚନା ଦେଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+