ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା, ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ
ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣାରେ ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି । ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ । ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ । ଆଜି ସହାୟତା ରାଶିକୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।

ତେବେ ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ପରେ ସରକାର ପରିସ୍ଥିତିର ସମୀକ୍ଷା କରି ଏହି ସହାୟତା ରାଶିକୁ ବୃଦ୍ଧି କରିଛନ୍ତି । ଏହି ମର୍ମନ୍ତୁଦ ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏଥିସହିତ ପୀଡ଼ିତ ପରିବାରକୁ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।
ଗତ ରବିବାର (ଜୁନ୍ ୨୧ ତାରିଖ) ଦିନ ତାମିଲନାଡୁର ତିରୁଭାଲୁର ଠାରେ ଥିବା ଏକ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇଥିଲା । ଏହି ଅଘଟଣରେ ଓଡ଼ିଶାରୁ ଯାଇଥିବା ପ୍ରବାସୀ ଶ୍ରମିକଙ୍କ ସମେତ ଅନେକ ଶ୍ରମିକ ଗୁରୁତର ଆହତ ହୋଇଥିଲେ । ମଙ୍ଗଳବାର ଦିନ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ଘଟିବା ପରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି ।












Click it and Unblock the Notifications