ରାଜ୍ୟରେ ପୁଣି ଅସହ୍ୟ ଗରମ, ୩ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

Odisha Weather: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ହୋଇଥିଲା ଫଳରେ ପାଗରେ ସାମାନ୍ୟ ପରିବର୍ତ୍ତନ ଦେଖିବା ପାଇଁ ମିଳିଥିଲା । ବର୍ତ୍ତମାନ ପୁଣି ତାପମାତ୍ରା ବୃଦ୍ଧି ପାଇବାର ଆଶଙ୍କା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ, ଆଜିଠୁ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି ଏବଂ ଆଗାମୀ ଦୁଇରୁ ତିନି ଦିନ ମଧ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁ ପାରେ ।

ସୂଚନା ଅନୁସାରେ, ୩ ଦିନ ମଧ୍ୟରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିବାର ସମ୍ଭାବନା ରହିଛି । ସେହିପରି ଆଗାମୀ ୨ ଦିନ ମଧ୍ୟରେ ୨ରୁ ୪ଡିଗ୍ରୀ ସେଲସିୟସ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

Odisha weather

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+