କାଲିଠୁ କମିବ ତାତି! ଏହି ଜିଲ୍ଲାରେ ବର୍ଷା ସମ୍ଭାବନା

Odisha News: ଆସନ୍ତାକାଲିଠୁ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତୀ । ଦିନ ତାପମାତ୍ରା ୨ରୁ୩ ଡିଗ୍ରୀ କମିବାର ସମ୍ଭାବନା ରହିଛି । ୨ ତାରିଖରୁ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆଜି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather Update

ସେହିପରି ୨, ୩ ଏବଂ ୪ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨ ତାରିଖରେ ମାଲକାନଗିରି ଏବଂ କୋରପୁଟ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୩ ତାରିଖରେ ମଧ୍ୟ ନବରଙ୍ଗପୁର, ରାୟଗଡା, କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସେହିପରି ୪ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+