ପାରଳାଖେମୁଣ୍ଡି: ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ ପୋଲ, ୩ଟି ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ
ପାରଳାଖେମୁଣ୍ଡି: ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ ପୋଲ। ୩ଟି ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ। ଡାଳିମ୍ବପୁର, ଅମରା, ରାଟିଣି ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ। ଅଢ଼େଇ ହଜାର ଲୋକ ହନ୍ତସନ୍ତ। ୧୨ କି.ମି. ବୁଲି ଆନ୍ଧ୍ର ଦେଇ ଆସୁଛନ୍ତି ଲୋକେ। ଯାହା ଦ୍ଵାରା ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସେହିପରି ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି । ବିଭିନ୍ନ ଗାଁରେ ପାଣି ପସିଯିବା ସହ, ପୋଲ ଉପରେ ବର୍ଷା ଜଳ ପ୍ରବାହିତ ହେଉଛି । ଗତ ୨୪ ଘଣ୍ଟାରେ ଜିଲ୍ଲାରେ ୬୩ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି ।

ମତ୍ସ୍ୟଜୀବୀମାନଙ୍କୁ ୨୦ରୁ ୨୨ ଯାଏଁ ସମୁଦ୍ର ମନା। ସକ୍ରିୟ ମୌସୁମୀ ପ୍ରବାହ ତଥା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳ ତଥା ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ ରୁ ୫୦କିମି ସମ୍ଭାବନା ହେତୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ୨୦ରୁ ୨୨ ଯାଏଁ ସମୁଦ୍ର ମନା।
ମାଲକାନଗିରି , କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। କିଛି ଜିଲ୍ଲାର ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ ।












Click it and Unblock the Notifications