ଭୟଙ୍କର ଦୁର୍ଘଟଣା ; ୩୦ଫୁଟ୍ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ

୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ । ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଘଟିଛି।

accident

ଟ୍ରକଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲା। ମାତ୍ର ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଥିବା ଏକ କଲଭର୍ଟ ଅତିକ୍ରମ କରୁଥିବା ବେଳେ ଟ୍ରକ୍‌ଟି ୩୦ଫୁଟ୍ ତଳକୁ ଖସି ପଡିଥିଲା। ଚାଳକ ଜଣଙ୍କ ଦୀର୍ଘ ସମୟ ଧରି ଚାପି ହୋଇ ରହିବା ଯୋଗୁ ଘଟଣସ୍ଥଳରେ ତାଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି କଟର ସାହାଯ୍ୟରେ ଟ୍ରକ୍‌ କାଟି ଚାଳକଙ୍କ ମୃତ ଶରୀରକୁ ବାହାର କରିବା ପାଇଁ ଉଦ୍ୟମ ଚଳାଇଛନ୍ତି।

ମୃତ ଚାଳକଙ୍କ ନାଁ ବୋନେଷନ୍ ଖାଁ ବୋଲି ଜଣାଯାଇଛି। ତାଙ୍କ ଘର ଝାଡ଼ଖଣ୍ଡ କୋଡରମା ଜିଲ୍ଲାର ଜିଲୋଡ଼ି ଗାଁରେ ବୋଲି ଜଣା ପଡ଼ିଛି। ଘଟଣାସ୍ଥଳରେ ଦଶପଲ୍ଲା ପୁଲିସ ପହଞ୍ଚି ଦୁର୍ଘଟଣା ଘଟିଲା ତଦନ୍ତ ଚଳାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+