ଭୟଙ୍କର ବାଣ ବିସ୍ଫୋରଣ; ଜଣେ ମୃତ, ୫ ଗୁରୁତର
ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଏବଂ ଛତ୍ରପୁର ଗ୍ରାମ ମଧ୍ୟ ଭାଗରେ ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି। ଗୋଦାମ ଘର ଛାତ ମଧ୍ୟ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି।

ଅନ୍ୟପଟେ ଏଭଳି ବଡ଼ଧରଣର ବିସ୍ଫୋରଣ ଯୋଗୁଁ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ ଗାଡି ସୋରୁମ ସହିତ ଦୋକାନ ଘର କାଚ ଭାଙ୍ଗିଥିବା ଦେଖିବାକୁ ମିଳିଛି । ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ ଏବଂ ପୁରୁଣା କଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି। ଏଭଳି ଘଟଣା ପରେ ସମ୍ପୃକ୍ତ ଗାଁରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।












Click it and Unblock the Notifications