ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ:
ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡି ଯାଇଥିବା ସୂଚନା ମିଳିଛି। ଆହତ ଯୁବକ ଜଣଙ୍କ ଡେଲାଙ୍ଗ କୁଆପଦା ଅଞ୍ଚଳର ବୋଲି ଜଣାପଡିଛି।ପ୍ରଥମେ ଯୁବକଙ୍କୁ ଡେଲାଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।













Click it and Unblock the Notifications