ପାଠ୍ୟ ପୁସ୍ତକ ତ୍ରୁଟି; ଅପରାଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

ପାଠ୍ୟ ପୁସ୍ତକରେ ତ୍ରୁଟି, ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ହେବ । କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ SCERT ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

mohan majhi

ଏହା ସହିତ ସ୍ୱତନ୍ତ୍ର ଭାବେ କ୍ରାଇମ ବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ FIR ଦାୟର କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ପାଠ୍ୟ ପୁସ୍ତକ ତ୍ରୁଟିଜନିତ ବିଷୟର କାରଣ ଅନୁସନ୍ଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ । ଏହି କମିଟିର ରିପୋର୍ଟ ଅନୁଯାୟୀ SCERTର ପୂର୍ବତନ ନିର୍ଦ୍ଦେଶକ ସମେତ ୩ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରାଯାଇଥିଲା ଏବଂ ୬ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+