ପୁଣି ମେଡିକାଲରେ ପ୍ରସବ କଲେ ଦଶମ ଶ୍ରେଣୀ ଛାତ୍ରୀ

ଯାଜପୁର ଜିଲା ବରୀରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ପ୍ରସବ କରିଛନ୍ତି। ମେଡିକାଲରେ ସେ ଜଣେ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ତେବେ ଗୁରୁବାର ଗଣିତ ପରୀକ୍ଷା ଥିବା ବେଳେ ଛାତ୍ରୀଜଣଙ୍କ ପରୀକ୍ଷା ଦେଇପାରିନାହାନ୍ତି। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

10th class student

ସୂଚନାଯୋଗ୍ୟ, ଦୁଇ ଦିନ ତଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟ ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଥିଲା। ଦଶମ ଶ୍ରେଣୀର ଛାତ୍ରୀ ଜଣକ ସୋମବାର ସକାଳେ ପରୀକ୍ଷା ଦେଇ ସ୍କୁଲ ହଷ୍ଟେଲକୁ ଫେରିଥିଲେ। ତେବେ ସା ସମୟରେ ସ୍କୁଲ ହଷ୍ଟେଲରୁ ଝିଅଙ୍କ ବାପାଙ୍କୁ ଝିଅ ହଷ୍ଟେଲରେ ନ ଥିବା ନେଇ ଫୋନ ଯାଇଥିଲା। ସ୍କୁଲରେ ଝିଅଙ୍କ ମା-ବାପା ପହଞ୍ଚିବା ପରେ ହଷ୍ଟେଲରେ ଛାତ୍ରୀ ଜଣକ ଏକ ଶିଶୁ ଜନ୍ମ ଦେଇଥିବା ଜାଣିବାକୁ ପାଇଥିଲେ। ତେବେ ସ୍କୁଲ ଚାରି କାନ୍ଥ ଭିତରେ ଏତେ ବଡ଼ ଘଟଣା କିପରି ଘଟିଲା ତାକୁ ନେଇ ମା'ବାପା ଚିନ୍ତା ପ୍ରକଟ କରିବା ସହ ଏଥିପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିଲେ। ଚିତ୍ରକୋଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ହସ୍ପିଟାଲକୁ ଆଣି ଅଧିକ ଚିକିତ୍ସା ଯୋଗାଇ ତଦନ୍ତ ଆରମ୍ଭ କରିଥିଲେ। ଏହି ଘଟଣାରେ ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଥିଲେ। ଏହାଛଡ଼ା ସମ୍ପୃକ୍ତ ଜଣେ ଯୁବକଙ୍କୁ ଚିତ୍ରକୋଣ୍ଡା ପୋଲିସ ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+