୧୭ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ

ଆସନ୍ତା ୧୭ ତାରିଖ ଅର୍ଥାତ୍ ମଙ୍ଗଳବାର ଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱରର ଜନତା ମଇଦାନରେ ସେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହାସହ ପ୍ରଧାନମନ୍ତ୍ରୀ ଆଉ କିଛି ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ/ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

narendra modi

ଗସ୍ତସୂଚୀ ଅନୁଯାୟୀ, ପୂର୍ବାହ୍ନ ୧୧ଟା ୩୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୧୧ଟା ୪୦ରେ ସେ ବିମାନବନ୍ଦର ଛାଡ଼ିବେ। ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ଦିନ ୧୨ଟାରୁ ୧ଟା ପର୍ଯ୍ୟନ୍ତ ସେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ଏବଂ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦ୍‌ଘାଟନ/ଲୋକାର୍ପଣ କରିବେ।

୧ଟା ୫ ମିନିଟରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରୁ ବିମାନବନ୍ଦର ଅଭିମୁଖେ ଯାତ୍ରା କରିବେ। ୧ଟା ୨୫ ମିନିଟରେ ସେ ସେଠାରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+