୨୬ରୁ ବଢିବ ବର୍ଷାର ପରିମାଣ, ସୂଚନା ଦେଲେ ପାଣିପାଗ ବିଭାଗ

ରାଜ୍ୟରେ ବଢିବ ବର୍ଷାର ପରିମାଣ । ସାରା ରାଜ୍ୟରେ ମୌସୁମୀ ଛୁଇଁ ସାରିଛି । ରାଜ୍ୟରେ ୨୬ ତାରିଖରୁ ବଢିବ ବର୍ଷା । ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

rain

ମିଳିଥିବା ସୂଚନା ମୁତାବକ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଯାହାର ପ୍ରଭାବରେ ୨୬ ରୁ ବଢିବ ବର୍ଷା । ତେବେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।

ପାଣିପାଗ ବିଭାଗର ସୂଚନା ମୁତାବକ, ଆସନ୍ତା ୫ ଦିନ ବର୍ଷା ହେବ ଏବଂ ଆଗାମୀ ୪୮ ଘଣ୍ଟା ହାଲୁକା ବର୍ଷା ହେବ । ୨୬ରୁ ବଢିବ ବର୍ଷାର ବିସ୍ତୃତି। ୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଇପାରେ। ଆସନ୍ତା ତିନି ଦିନ ଉପକୂଳ, ଦକ୍ଷିଣ ଅଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ୩୦ ରୁ ୪୦କିମି ବେଗରେ ପବନ ବହିପାରେ, ଏହାକୁ ନଜରରେ ରଖିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+