୧୧ ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ପାଣିପାଗ ବିଭାଗ ପୂର୍ବାନୁମାନ

ରାଜ୍ୟରେ ଆସନ୍ତା ୨ଦିନ ବର୍ଷା ଲାଗି ରହିବା ସହ ୧୧ ତାରିଖ ପରେ ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ।

rain

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି। ମିଳିଥିବା ଅନୁସାରେ, ୯ ତାରିଖ ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲାରେ ବଜ୍ରପାତ, ଘଡ଼ିଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୯ ଓ ୧୦ ତାରିଖରେ କେତେକ ଜିଲାରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସୋମବାର ଭୁବନେଶ୍ୱର-କଟକ ସମେତ ଅନ୍ୟାନ୍ୟ ସ୍ଥାନରେ ଖରାବର୍ଷାର ମିଶ୍ରଣ ଦେଖିବାକୁ ମିଳିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+