କାଲିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା, ୩ ମାସ ହେବ ଲାଗିଥିଲା କଟକଣା

କାଲିଠୁ ଖୋଲିବ ଭିତରକନିକା। ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ।

bhitarakanika

ବଉଳା କୁମ୍ଭୀରମାନଙ୍କର ପ୍ରଜନନ ପକ୍ରିୟା ପାଇଁ ୩ ମାସ ହେଲା ଭିତରକନିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ଏବେ ଏହା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେଣୁ ଅଗଷ୍ଟ ୧ରୁ ପର୍ଯ୍ୟଟକ ଗବେଷକ, ପ୍ରକୃତିକୁ ଭଲ ପାଉଥିବା ଲୋକେ ମିନି-ଆମାଜନ୍‌ ଭିତରକନିକାର ଶୋଭାକୁ ପୁନର୍ବାର ଉପଭୋଗ କରିପାରିବେ।

ସେପଟେ ପ୍ରକୃତିର ବୈଭବ, ରଙ୍ଗବେରଙ୍ଗର ପକ୍ଷୀଙ୍କ କାକଳି ସହିତ ଜୀବନଜନ୍ତୁଙ୍କୁ ନିଆରା ଢଙ୍ଗରେ ଦେଖିବା ପାଇଁ ଚଳିତବର୍ଷ ପର୍ଯ୍ୟଟକମାନଙ୍କ ପାଇଁ ସ୍କାଏ-ୱାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି। ମ୍ୟାନଗ୍ରୁଭ୍‌ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ସ୍କାଏ-ୱାକ୍‌ ବ୍ରିଜ ଅଧିକ ସଂଖ୍ୟାରେ ହରିଣ ଭିଡ଼ ଜମାଉଥିବା ଦେଖାଯାଉଛି।

ଜଙ୍ଗଲ ଭିତରେ ଦୁଇପଟରେ ଗଛ ଥିବା ବେଳେ ନିର୍ମାଣ ହୋଇଛି ଏହି ସ୍କାଏ ୱାକ। ୬୦୦ ମିଟର ଲମ୍ବ ଯାଏ ଏହି ସ୍କାଏ ୱାକ ନିର୍ମାଣ ହୋଇଛି। ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୧ ତାରିଖ ଦିନ ଏହି ସ୍କାଏ ୱାକ ଉଦ୍‌‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରତିଥରରେ ୨୦ଜଣ ଲେଖାଏଁ ପର୍ଯ୍ୟଟକଙ୍କୁ ସ୍କାଏ ୱାକରେ ଛଡ଼ାଯିବ ବୋଲି ରାଜନଗର ବନବିଭାଗ ପକ୍ଷରୁ ଜଣାପଡ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+