ଆସିଲା ବଡ ଖବର, ଏହି ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି
୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି। ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି।

ସୂଚନା ଯୋଗ୍ୟ ଯେ, ଜୁଲାଇ ପହିଲାରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଥିଲା ।
ଜୁଲାଇ ୧ ତାରିଖ ଦିନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏହି ଅଭିଯୋଗ ଶୁଣାଣି ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ପଞ୍ଜିକରଣ କରାଯିବ। ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହି ପଞ୍ଜିକରଣ କରିପାରିବେ ଓ ପରେ ସେମାନଙ୍କ ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ।
ଜୁଲାଇ ପହିଲାରୁ ପ୍ରତ୍ୟେକ ସୋମବାର ଅଭିଯୋଗ ଶୁଣାଣି ହେବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲା ସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରିବାକୁ କୁହାଯାଇଛି । ସାଧାରଣ ନିର୍ବାଚନ ଯୋଗୁ ଜିଲ୍ଲା ଓ ବିଭାଗସ୍ତରରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିଥିଲା।












Click it and Unblock the Notifications