ବାତ୍ୟା ଦାନାକୁ ନେଇ ଆସିଲା ବଡ ଅପଡେଟ; ୨୪ ରାତି କିମ୍ବା ୨୫ ସକାଳ ସୁଦ୍ଧା ଛୁଇଁପାରେ ସ୍ଥଳଭାଗ
ବାତ୍ୟା 'ଦାନା'କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି। ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛି। ଅତିବେଶିରେ ୧୨୦ କିଲୋମିଟର ଛୁଇାପାରେ ପବନର ଗତି।

ବାତ୍ୟା 'ଦାନା'ର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଓ ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି।












Click it and Unblock the Notifications