ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ବିଜେପି ଶାସିତ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିରରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପରେ ମୁଖ୍ୟମନ୍ତ୍ରୀମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଏଥିପାଇଁ ଶ୍ରୀକ୍ଷେତ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Puri temple

ଆଜି ଅପରାହ୍ନରେ ଭୁବନେଶ୍ୱର ଜନତା ମୈଦାନରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ଚରଣ ମାଝୀ। ଶପଥ ଗ୍ରହଣ ଉତ୍ସବ ସରିବା ପରେ କଡ଼ା ସୁରକ୍ଷା ବଳୟ ଭିତରେ ହରିଆଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନୀ ଓ ତାଙ୍କ ପତ୍ନୀ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଓ ତାଙ୍କ ପତ୍ନୀ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ ପ୍ରମୁଖ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲା।

ସେଠାରେ ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିଥିଙ୍କୁ ସ୍ୱାଗତ କରାଯାଇଥିଲା। ତା'ପରେ ଅତିଥିମାନେ କଡ଼ା ସୁରକ୍ଷା ଭିତରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+