‘ଶ୍ରୀ ଅନ୍ନ ଅଭିଯାନ’ ପାଇଁ ୪ ଶହ କୋଟି ବ୍ୟୟ ବରାଦ
ରାଜ୍ୟ ବଜେଟ୍ ୨୦୨୬-୨୭ ଉପସ୍ଥାପିତ। ମୋଟ ୩ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ବଜେଟ୍ରେ ମାଣ୍ଡିଆ ଭଳି ଜଳବାୟୁ ସହନଶୀଳ ଏବଂ ପୁଷ୍ଟିକର ଶସ୍ୟକୁ ପୁନର୍ଜୀବିତ କରି ପୁଷ୍ଟିକର ଖାଦ୍ୟ ସୁରକ୍ଷା ଯୋଗାଇବା ପାଇଁ 'ଶ୍ରୀ ଅନ୍ନ ଅଭିଯାନ' ପାଇଁ ୨୦୨୬-୨୬ ଆର୍ଥିକ ବର୍ଷରେ ୪ ଶହ କୋଟି ଟଙ୍କାର ବ୍ୟବସ୍ଥା ରହିଛି।

ଧାନ ଉପରେ ଅତ୍ୟଧିକ ନିର୍ଭରଶୀଳତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜଳବାୟୁ ସହନଶୀଳ କୃଷିକୁ ପ୍ରାଥମିକତା ଦେଇ ବିଭିନ୍ନ କିସମର ଡାଲି ,ତୈଳ ବୀଜ ଏବଂ ଦେଶୀ ସୁଗନ୍ଧିତ ଓ ଅଣସୁଗନ୍ଧିତ ଧାନ ଚାଷକୁ ପ୍ରୋତ୍ସାହିତ କରାଯାଉଛି। ଏଥିପାଇଁ ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ଫସଲ ବିବିଧକରଣ କାର୍ଯ୍ୟକ୍ରମ , ସ୍ୱଦେଶୀ ପ୍ରଜାତିର ଧାନକୁ ପ୍ରୋତ୍ସାହନ ଏବଂ ଅମଳ ପରବର୍ତ୍ତୀ ଧାନ ପଡ଼ିଆର ବ୍ୟାପକ ପରିଚାଳନା ଆଦି ପଦକ୍ଷେପ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷରେ ମୋଟ ୪ ଶହ ୬୯ କୋଟି ଟଙ୍କାର ବ୍ୟୟ ବରାଦ ରହିଛି।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK







Click it and Unblock the Notifications