ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ
ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଅର୍ଥାତ୍ ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ ସାଧାରଣ ପ୍ରଶାସନ, ଅର୍ଥ, ସ୍ବାସ୍ଥ୍ୟ, ନଗର ଉନ୍ନୟନ ଓ ଜଳସମ୍ପଦ ଭଳି ବିଭିନ୍ନ ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଅନୁମୋଦନ ଅପେକ୍ଷାରେ ରହିଛି।

ସୂଚନାଯୋଗ୍ୟ, ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ଭାଜପା ସରକାରଙ୍କ ପକ୍ଷରୁ ଜୋରସୋର ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ପ୍ରତ୍ୟେକ ବିଭାଗକୁ ସ୍ବତନ୍ତ୍ର ରୋଡ୍ମ୍ୟାପ୍ ପ୍ରସ୍ତୁତ କରିବାକୁ କୁହାଯିବା ସହିତ ବଜେଟ ବ୍ୟୟ ଅଟକଳକୁ ସମୟ ଭିତରେ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ରାଜ୍ୟ ସରକାର ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ଯାଇ 'ସୁଭଦ୍ରା' ଯୋଜନା କାର୍ଯ୍ୟକାରୀ କରିଥିବାବେଳେ କୃଷକଙ୍କ ଲାଗି ଇନ୍ପୁଟ ସବ୍ସିଡି ଏବଂ ୮୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧା/ବୃଦ୍ଧଙ୍କୁ ୩,୫୦୦ଟଙ୍କା ଭତ୍ତା ଭଳି ଯୋଜନା କାର୍ଯ୍ୟକାରୀ କରାଯାଇଛି। ତେବେ ୨୪ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟରେ ସରକାର ରାଜ୍ୟବାସୀଙ୍କ ବିକାଶକୁ ଦୃଷ୍ଟିରେ ରଖି କେଉଁଭଳି ପ୍ରସ୍ତାବକୁ ଅନୁମୋଦନ କରାଯାଉଛି, ତାହା ଦେଖିବାକୁ ରହିଛି।












Click it and Unblock the Notifications