ମାହାଙ୍ଗା ଡବଲ ମର୍ଡର ମାମଲା; ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି
ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍ଚିଟ୍ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ ହାଇକୋର୍ଟ ଯାଇଥିଲେ।

ସୂଚନାଯୋଗ୍ୟ, ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ୧୩ ନମ୍ବର ମୁଦାଲା ଥିଲେ। ଚାର୍ଜସିଟ୍ରେ ପ୍ରତାପଙ୍କ ନାଁ ନ ଥିବାରୁ ପୁନଃ ତଦନ୍ତ ନିର୍ଦ୍ଦେଶ ହୋଇଥିଲା।ସାଲେପୁର କୋର୍ଟଙ୍କ ପୁନଃ ତଦନ୍ତ ନିର୍ଦ୍ଦେଶ ପରେ ପୋଲିସ ନାଁ ଯୋଡ଼ିଥିଲା। ତଳକୋର୍ଟରେ ତାଙ୍କ ନାଁ ଯୋଡ଼ାଯିବା ପରେ ପ୍ରତାପ ହାଇକୋର୍ଟ ଯାଇଥିଲେ। ତେବେ ହାଇକୋର୍ଟ ତାଙ୍କୁ କ୍ଲିନ୍ଚିଟ୍ ଦେଇଛନ୍ତି। କୋର୍ଟଙ୍କ ରାୟ ପରେ ଏକ୍ସ ଜରିଆରେ ପ୍ରତିକ୍ରିୟା ରଖି ପ୍ରତାପ କହିଛନ୍ତି, ସତ୍ୟର ସବୁବେଳେ ଜୟ ହୁଏ।












Click it and Unblock the Notifications