ମହାଙ୍ଗା ଡବଲ ମର୍ଡର ମାମଲା ; ବଢିଲା ପ୍ରତାପଙ୍କ ଅଡୁଆ, ୪ ସପ୍ତାହରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

ମହାଙ୍ଗା ଡବଲ ମର୍ଡର ମାମଲାରେ ବଢିଲା ପ୍ରତାପ ଜେନାଙ୍କ ଅଡୁଆ । ମାମଲାକୁ ବିଚାର ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ । ୪ ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୃତ କୁଳମଣୀଙ୍କ ପୁଅ ରଞ୍ଜିତ ବରାଳ ବାପାଙ୍କ ମୃତ୍ୟୁ ମାମଲା ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Pratap Kumar Jena

ଯଦି ପୂର୍ବ ଖବରକୁ ମନେପକାଇବା ତେବେ, ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ୧୩ଜଣଙ୍କ ନାଁରେ ଆଭିଯୋଗ କରିଥିଲେ । ୧୩ଜଣ ଅଭିଯୁକ୍ତଙ୍କ ମଧ୍ୟରେ ୨ଜଣଙ୍କୁ ଗିରଫ କରାଯାଇଥିଲା । ଏତଲା ଅନୁସାରେ ୧୩ତମ ଆଭିଯୁକ୍ତ ଥିଲେ ବିଧାୟକ ପ୍ରତାପ ଜେନା । ହେଲେ ପରବର୍ତ୍ତି ସମୟରେ ବିଧାୟକଙ୍କ ନାଁକୁ ଏଫଆଇଆରରୁ ହଟାଇଦିଆଯାଇଥିଲା । ଏହା ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଆଭିଯୋଗକାରୀ ରମାକାନ୍ତ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମଏଫସି ।

ସେହିବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ବି ସମୟ ଗଡାଇଚାଲିଥିଲା ପୋଲିସ । ଏହାକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ କୋର୍ଟ । ସେହିବର୍ଷ ନଭେମ୍ବର ୨୫ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଦୁର୍ଭାଗ୍ୟର ବିଷୟ ଡିସେମ୍ବର ୯ରେ ଏତଲାକାରୀ ରମାକାନ୍ତ ବରାଳଙ୍କର ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଥିଲା । ଏହାପରେ ବାପାଙ୍କ ମୃତ୍ୟୁ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ କରିବା ପାଇଁ ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବରାଳ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ । ଯାହାକୁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+