ରାଜ୍ୟରେ ଗଣନା ହେବ ବୁଲା କୁକୁର, ଭୁବନେଶ୍ୱରରୁ ହେବ ଆରମ୍ଭ

ରାଜ୍ୟରେ ପ୍ରଥମଥର ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ହେବ ବୁଲା କୁକୁର ଗଣନା । ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ସମୁଦାୟ ୬୭ଟି ଓ୍ୱାର୍ଡରେ ଏହି ଗଣନା କାର୍ଯ୍ୟ ଚାଲିବ। ବୁଲା କୁକୁର ଗଣନା ପାଇଁ ଜୋନ୍, ଓ୍ୱାର୍ଡ ଓ ଓ୍ୱାର୍ଡରେ ଥିବା ପ୍ରତ୍ୟେକ ଗଳି ପାଇଁ ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଗଳିକନ୍ଦିରେ ଦୁଇ ଦୁଇଟି ପର୍ଯ୍ୟାୟରେ ଏବଂ ବୈଜ୍ଞାନିକ ପଦ୍ଧତିରେ ବୁଲା କୁକୁର ଗଣନା କରାଯିବ । ଏଥିପାଇଁ ବିଏମସି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

conducted

ପ୍ରଥମ ପର୍ଯ୍ୟାୟ ସେପ୍ଟେମ୍ବର ୧୭ରୁ ୨୦ ତାରିଖ ଏବଂ ଦ୍ୱିତୀୟ ପର୍ୟ୍ୟାୟ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଭୋର ୫ଟାରୁ ସକାଳ ୭ଟା ଯାଏଁ ଏହି କୁକୁର ଗଣନା ଚାଲିବ । ଦକ୍ଷ ପଶୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, ଏସ୍ଏମଟିଏ, ଡିଇଓ, ସିଓ, ଓ୍ୱାର୍ଡ ଅଫିସର ପ୍ରମୁଖ ଏହି କାର୍ଯ୍ୟ ସଂପାଦନ କରିବେ । ଏକକାଳୀନ ୪୧୦ଟି ଟିମ୍ ଭୁବନେଶ୍ୱରର ବିଭିନ୍ନ ଗଳିକନ୍ଦିରେ କୁକୁର ଗଣନା ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+