Get Updates
Get notified of breaking news, exclusive insights, and must-see stories!

ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ । ଆଜି ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

bahuda yatra

ରାଜ୍ୟପାଳ ରଘୁବର ଦାସ ନିଜର ସୋସିଆଲ ମିଡିଆ 'ଏକ୍ସ'ରେ ଲେଖିଛନ୍ତି, ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତ ଭକ୍ତ ଶ୍ରଦ୍ଧାଳୁ ତଥା ଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସମସ୍ତଙ୍କର ସୁଖ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ସୋସିଆଲ ମିଡିଆ 'ଏକ୍ସ'ରେ ଲେଖିଛନ୍ତି, ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ନବଦିନାତ୍ମକ ଯାତ୍ରା ସାରି ଆଡ଼ପ ମଣ୍ଡପରୁ ରତ୍ନବେଦୀକୁ ବାହୁଡ଼ି ଆସିବେ ଚତୁର୍ଦ୍ଧାମୂର୍ତ୍ତି। କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଆସ୍ଥା ଓ ବିଶ୍ବାସର ଏହି ଦିବ୍ୟ ଯାତ୍ରା ଅବସରରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ କାମନା କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+