ସୁଭଦ୍ରା ଯୋଜନାର ନିୟମାବଳୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏହି ମାନେ ପାଇବେ ଟଙ୍କା
ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ 'ସୁଭଦ୍ରା' ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।

ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍ କାର୍ଡ ପ୍ରଦାନ କରିବେ।
ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ












Click it and Unblock the Notifications