ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି

ଓଡ଼ିଶାର ରେଳପଥକୁ ବିକଶିତ କରିବା ନିମନ୍ତେ ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

mohan charan majhi

ହସେ ନିଜର 'ଏକ୍ସ'ରେ ଲେଖିଛନ୍ତି, ଓଡ଼ିଶାର ରେଳପଥକୁ ବିକଶିତ କରିବା ନିମନ୍ତେ ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଉଛି।

ଓଡ଼ିଶାରେ ରେଳ ଭିତ୍ତିଭୂମି ସୁଦୃଢ଼ ହେବା ସହିତ ଏହି ପ୍ରକଳ୍ପ ଓଡ଼ିଶାର ଆକାଂକ୍ଷୀ ଜିଲ୍ଲା ଏବଂ ଆଦିବାସୀ ବହୁଳ ଅଞ୍ଚଳରେ ବିକାଶର ମାଧ୍ୟମ ପାଲଟିବ। ଡବଲ ଇଞ୍ଜିନ ସରକାରରେ ସାଢେ ଚାରିକୋଟି ଓଡ଼ିଆଙ୍କ ସ୍ଵାର୍ଥ ପୂରଣ ସହ ଓଡ଼ିଶାକୁ ପୂର୍ବୋଦୋୟ ବିକାଶର କେନ୍ଦ୍ର ଭାବେ ଗଢିତୋଳିବାର ସ୍ଵପ୍ନ ସାକାର ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+