ପୋଲିସ ଡ଼ିଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଥାନାରେ ଲୋକଙ୍କ ସହ ଉତ୍ତମ ବ୍ୟବହାର କରିବ ସହ ଅଭିଯୋଗ ଶୁଣନ୍ତୁ

ରାଜ୍ୟ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ । ଥାନାକୁ ଆସୁଥିବା ଅଭିଯୋଗକାରୀ ଯେପରି ହଇରାଣ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦିଅନ୍ତୁ । ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରନ୍ତୁ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

mohan charan majhi

ଆଜି ରାଜ୍ୟ ଅତିଥିଭବନରେ ଓଡ଼ିଶାର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ବିଭିନ୍ନ ଜିଲ୍ଲାର ଏସପି ମଧ୍ୟ ଉପସ୍ଥିତ ଅଛନ୍ତି । ରାଜ୍ୟ ଅତିଥି ଭବନରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବୈଠକ ହୋଇଛି ।

ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ଏହାରି ଭିତରେ ଆଜି ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+