ସମୀର ଦେଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷ କୃତ୍ୟ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ'ଙ୍କର ପରଲୋକ ଘଟିଛି। ସୋମବାର ଦିନ ୨ଟା ୧୦ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୬୮ ବର୍ଷ ବୟସରେ କଟକର ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି ସମୀର ଦେ।

mohancharanmachi

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ'ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ଦୁଃଖ ପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ କରିବାକୁ ଘୋଷଣା କରିଛନ୍ତି ।

ସୂଚନା ଯୋଗ୍ୟ ଯେ ଗତ କିଛି ଦିନ ପୂର୍ବେ ସେ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଚିକିତ୍ସା ପାଇଁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେହିଭଳି କିଛି ବର୍ଷ ପୂର୍ବେ ତାଙ୍କର କିଡ୍‌ନୀ ପ୍ରତିରୋପଣ କରାଯାଇଥିଲା। ସିଡିଏସ୍ଥିତ ଘରୋଇ ଡାକ୍ତରଖାନାଠାରେ ଚିକିତ୍ସକମାନେ ଅକ୍ଳାନ୍ତ ପରିଶ୍ରମ ସତ୍ବେ ତାଙ୍କ ଜୀବନ ରକ୍ଷା କରିପାରିଲେ ନାହିଁ। ସ୍ବର୍ଗତ ଦେ'ଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ବହୁ ବିଶିଷ୍ଟ ବ୍ୟକ୍ତି ଡାକ୍ତରଖାନାରେ ପହଞ୍ଚିଛି ଦୁଃଖ ପ୍ରକାଶ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+